Bhubaneswar, 20 ଅଗଷ୍ଟ (ହି.ସ.)
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ ପ୍ରଦର୍ଶନ
ପାଠ୍ୟପୁସ୍ତକରେ ସାଙ୍ଘାତିକ ତ୍ରୁଟିକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ କନ୍ଧମାଳ ଜିଲ୍ଲା ଫୁଲବାଣୀ ଠାରେ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତ୍ୱରେରେ ‘ଶିକ୍ଷା ବଞ୍ଚାଅ ଆନେ୍ଦାଳନ'ରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିକ୍ଷୋଭ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା ଉପସ୍ଥିତ ଥିଲେ ।
ମାଦିକୁନ୍ଦା ଛକରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲେ ଆନେ୍ଦାଳନକାରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟିକୁ ବିଜେପି ସରକାର ସ୍ୱୀକାର ନ କରିବା ଏବଂ ତ୍ରୁଟିପୂର୍ଣ୍ଣ ପୁସ୍ତକ ପ୍ରତ୍ୟାହାର କରୁନଥିବାରୁ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଦୃଢ଼ ବିରୋଧ କରାଯାଉଛି । ପାଠ୍ୟପୁସ୍ତକ ପି୍ରଣ୍ଟିଂରେ ୩୮୦ କୋଟି ଟଙ୍କାର ଦୁର୍ନୀତି ହୋଇଛି । ଏହି ଘଟଣାରେ ସିବିଆଇ ତଦନ୍ତ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଆସୁଛି ବିଜେଡି । ଏହି ତ୍ରୁଟିପୂର୍ଣ୍ଣ ପୁସ୍ତକ ପଢ଼ି ପରୀକ୍ଷା ଦେଲେ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ନଷ୍ଟ ହେବ । ବିଜେପି ସରକାର ଏଥିପ୍ରତି ଯତ୍ନଶୀଳ ନ ହୋଇ ପିଲାଙ୍କ ଭବିଷ୍ୟତ ସହ ଖେଳୁଛନ୍ତି । ତ୍ରୁଟିପୂର୍ଣ୍ଣ ପୁସ୍ତକ ପାଇଁ ଓଡ଼ିଶା ଜାତୀୟ ସ୍ତରରେ ନିନ୍ଦିତ ହେଉଛି । ପାଠ୍ୟପୁସ୍ତକରେ ତ୍ରୁଟି କେବଳ ପ୍ରଶାସନିକ ଅବହେଳା ନୁହେଁ ବରଂ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଏବଂ ରାଜ୍ୟର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାଗତ ଭବିଷ୍ୟତ ଉପରେ ଆକ୍ରମଣ । ଏହାର ପ୍ରତିବାଦରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ କୁଶପୁତ୍ତଳିକା ଦାହ କରି ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ ବିକ୍ଷୋଭ ପ୍ରଦର୍ଶନ କରିଥିଲା ।
ବିକ୍ଷୋଭ କାର୍ଯ୍ୟକ୍ରମରେ କାର୍ଯ୍ୟକାରୀ ସଭାପତି ବାବୁ ଖାନ, ପୂର୍ବତନ ବିଧାୟକ ଅଙ୍ଗଦ କହଁର, ଦୁଗୁନି କହଁର, ସାଲୁଗା ପ୍ରଧାନ, ରାଜୀବ ପାତ୍ର, ବିଷ୍ଣୁପ୍ରିୟା ବେହେରା, ପୂର୍ବତନ ଜିଲ୍ଲା ସଭାପତି ସରୋଜ କର୍ଣ୍ଣ, ନଗରପାଳ ପାୟଲ ବେହେରା, ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ସଭାପତି ସୁନୀଲ ସେଠୀ, ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ରାକେଶ ମିଶ୍ର, ବିଜୁ ମହିଳା ଜନତା ଦଳର ପୁନମ କହଁରଙ୍କ ସମେତ ବହୁ ନେତୃବର୍ଗ, ହଜାର ହଜାର ଯୁବ ଓ ଛାତ୍ର ଆନେ୍ଦାଳନରେ ସକ୍ରିୟ ଭାବରେ ସାମିଲ ହୋଇଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ରଶ୍ମିତା