ଭୁବନେଶ୍ୱର, ୧୨ ଜୁଲାଇ - ଭୀଷଣ ବର୍ଷା ନେଇ ଆଗାମୀ ୪ ଦିନ ଅର୍ଥାତ୍ ୧୨ ତାରିଖ ସକାଳ ଠାରୁ ଆସନ୍ତା ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୧୨ ଜିଲ୍ଲା, ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୧୨ ଜିଲ୍ଲା, ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।






