ଭୁବନେଶ୍ୱର, ୨୮ ଜୁନ୍ - ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ଜୁଲାଇ ୫ ତାରିଖ ସକାଳ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲା(ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା(ଅନୁଗୁଳ, ଢ଼େଙ୍କାନାଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





