ଭୁବନେଶ୍ୱର, ୨୧ ଅଗଷ୍ଟ : ଆସନ୍ତା ୨୨ ତାରିଖ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ଓ ଅନ୍ୟ କେତେକ ସ୍ଥାନରେ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର, କଳାହାଣ୍ଡି )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲା(ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ କେବଳ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲା(ବାଲେଶ୍ୱର, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





