ଭୁବନେଶ୍ୱର, ୨୪ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୪୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ସର୍ବାଧିକ ୧୬୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୧୫୮.୮ ମି.ମି., ବରଗଡ଼ ଜିଲ୍ଲାର ପାଇକମାଳରେ ୧୨୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କୁସୁମିରେ ୧୧୭.୦ ମି.ମି. ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୧୧୨.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ୧୦୮.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୧୦୬.୪ ମି.ମି., ଚମ୍ପୁଆରେ ୧୦୩.୪ ମି.ମି., କଟକ ଜିଲ୍ଲାର ନରାଜରେ ୯୮.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡାରେ ୯୮.୧ ମି.ମି., ବାଲେଶ୍ୱର ଜିଲ୍ଲାର ରେମୁଣାରେ ୯୮.୦ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୯୬.୦ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୯୫.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ



