ଭୁବନେଶ୍ୱର, ୨୦ ଅଗଷ୍ଟ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ୧୪ ଜିଲ୍ଲା, ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।


