ଭୁବନେଶ୍ୱର, ୨୪ ଅଗଷ୍ଟ : ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ଏବଂ ୨୭ ତାରିଖ ସକାଳ ଠାରୁ ଆସନ୍ତା ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ପାଇଁ ଅତ୍ୟଧିକ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।



