(FM Bharat):-- ୮ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ଏବଂ ୧୨ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣ ବର୍ଷା ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୪ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ସୋନପୁର, ବୌଦ୍ଧ, ନୟାଗଡ଼, ଗଞ୍ଜାମ, ଗଜପତି କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର) ଏବଂ ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର) ଏବଂ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





