ଭୁବନେଶ୍ୱର, ୨୮ ଜୁନ୍ - ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ଜୁଲାଇ ୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୧ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲା(ବାଲେଶ୍ୱର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲା ଏବଂ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





