ଭୁବନେଶ୍ୱର, ୨୭ ଜୁନ୍ - ଆଗାମୀ ୭ ଦିନ ଅର୍ଥାତ୍ ଜୁନ୍ ୨୭ ତାରିଖ ସକାଳ ଠାରୁ ଜୁଲାଇ ୪ ତାରିଖ ସକାଳ ସକାଳ ସୁଦ୍ଧା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା (କେନ୍ଦୁଝର, କନ୍ଧମାଳ, କୋରାପୁଟ) ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (କନ୍ଧମାଳ, ରାୟଗଡ଼ା, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।






