ଭୁବନେଶ୍ୱର, ୩ ଅଗଷ୍ଟ - ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ଆସନ୍ତା ୧୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ଭୀଷଣ ବର୍ଷା ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲା, ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲା, ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା ଏବଂ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





