ଭୁବନେଶ୍ୱର, ୩୧ ଜୁଲାଇ - ଭୀଷଣ ବର୍ଷାର ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ଭୀଷଣ
ବର୍ଷା ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା ଏବଂ ୬ ତାରିଖ ସକାଳ ଠାରୁ ୭
ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ
ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି
।




