ଭୁବନେଶ୍ୱର, ୧୫ ଅଗଷ୍ଟ - ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ।
ଅନୁରୂପ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





