ଭୁବନେଶ୍ୱର, ୨୯ ଜୁନ୍ - ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ଜୁଲାଇ ୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ପରବର୍ତୀ ୪ ଦିନ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୮ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଜୁଲାଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୪ ଜିଲ୍ଲା(ମୟୂରଭଞ୍ଜ, ବରଗଡ଼, ସୋନପୁର, ବଲାଙ୍ଗିର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ମୟୂରଭଞ୍ଜ, କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା(ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





