ଭୁବନେଶ୍ୱର, ୧୨ ଜୁଲାଇ- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।
ସେହିପରି ଗରମ ଓ ଗୁଳୁଗୁଳି ନେଇ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।






